ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଥମୁନି କରୋନା କୋପ । ଦିନକୁ ଦିନ ଚିନ୍ତା ବଢାଉଛି ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ଜୀବନ ପରେ ଜୀବନ ନେଇ ଚାଲିଛି କିଲର ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୭ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬୬୯୭ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୫ଜଣ ,ମୟୁରଭଞ୍ଜ, କେନ୍ଦ୍ରାପଡ଼ା, ଜିଲ୍ଲାରୁ ୪ଜଣ ଲେଖାଏଁ , ଢେଙ୍କାନାଳ ,ସୋନପୁର, ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ପୁରୀ,ବାଲେଶ୍ୱର, ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କେନ୍ଦୁଝର, ନୂଆପଡ଼ା, ସୁନ୍ଦରଗଡ଼, ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।