ଭୁବନେଶ୍ୱର(ଏଟିଆର ବ୍ୟୁରେ): ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୬ ଓ ୧୭ ତାରିଖରେ ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ଘଡିଘଡି ହେବାର ମଧ୍ୟ ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୭ ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡା, ଗଜପତି , ମୟୂରଭଞ୍ଜ, କେନ୍ଦୁଝର ଆଦି ଗୋଟେ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ସମ୍ପୃକ୍ତ ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି ।
ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ର ଉପକୂଳ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟର ଗତି ଓଡ଼ିଶା ଅଭିମୁଖେ ରହିବ। ଫଳରେ ୧୫ ରୁ ୧୭ ତାରିଖ ପର୍ଯ୍ୟନ୍ତ ଓଡିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।ବିଶେଷକରି ୧୫ ତାରିଖରେ ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ମାଲକାନଗିରି, କେରାପୁଟ, ନବରଙ୍ଗପୁର ଆଦି ଜିଲ୍ଲାରେ ବର୍ଷା ହେବ । ୧୬ ତାରିଖରେ ବଲାଙ୍ଗୀର , ନୂଆପଡା , କନ୍ଧମାଳ , ନବରଙ୍ଗପୁର, ସୋନପୁର , ବୌଦ୍ଧ, ଅନୁଗୁଳ, ଆଦି ଜିଲ୍ଲାରେ ବର୍ଷା ହେବ । ସେହିପରି ୧୭ ରେ ମଧ୍ୟ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।