ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଥମୁନି କରୋନା କୋପ । ଦିନକୁ ଦିନ ଚିନ୍ତା ବଢାଉଛି ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ଜୀବନ ପରେ ଜୀବନ ନେଇ ଚାଲିଛି କିଲର ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୮ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୭୦୨୧ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୪ଜଣ, ଜଗତସିଂହପୁର ଏବଂ ଅନୁଗୁଳ ଜିଲ୍ଲାରୁ ୮ଜଣ ଲେଖାଏଁ, ଯାଜପୁର ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଏବଂ ବାଲେଶ୍ୱର ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି । ଖୋର୍ଦ୍ଧା ଏବଂ ଢେଙ୍କାନାଳ, ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ପୁରୀ, ରାୟଗଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।