ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଓଡିଶା ଛୁଇଁଲା ଲଘୁଚାପ । ଓଡିଶା ଉପକୂଳରେ ସକ୍ରିୟ ରହିଛି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ । ଏହାର ପ୍ରଭାବରେ ଦକ୍ଷିଣ ଓଡିଶାର ଅନେକ ସ୍ଥାନ ଓ ଉପକୂଳ ଓଡିଶାର କେତେକ ସ୍ଥାନରେ ବର୍ଷା ହେବ ବୋଲି ଆଶଙ୍କା କରାଯାଉଛି । ଏହି ଲଘୁଚାପ ଫଳରେ ଦୁଇଦିନ ବ୍ୟାପୀ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଏଥିସହ କିଛି ଜିଲ୍ଲାରେ ପ୍ରଅବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଆଭ୍ୟନ୍ତରୀଣ ଜିଲ୍ଲା ତଥା ବରଗଡ, ଝାରସୁଗୁଡା, ସୋନପୁର , ବଲାଙ୍ଗୀର , ନୂଆପଡା , ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହାସହ ଦକ୍ଷିଣ ଓଡିଶା ଓ ଉତ୍ତର ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳବର୍ତ୍ତୀ ପଶ୍ଚିମ କେନ୍ଦ୍ରାୟ ତଥା ଉତ୍ତର ପଶ୍ଚିମ ବଙ୍ଗୋପସାଗା ଅଞ୍ଚଳରେ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବ । ଏଣୁ ୧୮ ତାରିଖ ପଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭୀତରକୁ ନ ଯିବା ପାଇଁ ବାରଣ କରାଯାଇଛି ।ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୩ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେୂ ୭ ଟି ଜିଲ୍ଲାରେ ସ୍ୱାଭବିକ ବର୍ଷା ରେକର୍ଡ କରାଯାଇଛି ।