ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଥମୁନି କରୋନା କୋପ । ଦିନକୁ ଦିନ ଚିନ୍ତା ବଢାଉଛି ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ଜୀବନ ପରେ ଜୀବନ ନେଇ ଚାଲିଛି କିଲର ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୬ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୭୬୨୮ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ବରଗଡ଼ ଓ ଜଗତସିଂହପୁର ଜିଲ୍ଲାରୁ ୮ଜଣ ଲେଖାଏଁ , ଯାଜପୁର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ ରହିଛନ୍ତି । ଝାରସୁଗୁଡ଼ା, ଢେଙ୍କାନାଳ, ସୁନ୍ଦରଗଡ଼, କଳାହାଣ୍ଡି, ଦେବଗଡ଼, ବଲାଙ୍ଗୀର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଖୋର୍ଦ୍ଧା, ପୁରୀ, ରାୟଗଡ଼ା, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।