ଭୁବନେଶ୍ୱର(ଏଟିଆର ବ୍ୟୁରୋ): ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ଏହାର ପ୍ରଭାବରେ ଦକ୍ଷିଣ ଓଡିଶାର ଅଧିକାଂଶ ଅଞ୍ଚଳ ଓ ଉତ୍ତର ଓଡିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ୧୦ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଲଘୁଚାପ କାରଣରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଜି ମଧ୍ୟ କୋରାପୁଟ, ଗଜପତି , ରାୟଗଡା ,ନବରଙ୍ଗପୁର , ନୂଆପଡା ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବେଶଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୁଚନା ମିଳିଥିôବାବେଳେ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।
ଏହାସହ ବାଲେଶ୍ୱର , ଭଦ୍ରକ , ଯାଜପୁର , କେନ୍ଦ୍ରାପଡା , କଟକ , ଜଗତସିଂହପୁର , ନୟାଗଡ , ଓ ଅନୁଭୁଳ ଆଦି ଜିଲ୍ଲାରେ ବର୍ଷା ହେବୋ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଆସନ୍ତାକଶଳି ପରେ ବର୍ଷା କମିବା ସହ କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବଭାଗ ପକ୍ଷରୁ ଆକଳନ କରାଯାଇଛି । ରାଜ୍ୟରେ ଏବେ ପର୍ଯ୍ୟନ୍ତ ୬୩୦.୪ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।