ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଘଟିବା ଫଳରେ ଆଶ୍ୱସ୍ତି ମିଳିଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୮ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୦୭୦ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ୱର, କେନ୍ଦୁଝର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।