ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ଆଜି ରାଜ୍ୟରେ ଏକ ହଜାର ତଳେ ରହିଛି ଦୈନକ ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୬୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୮୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୬୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୦୩ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Balangir: 5
6. Boudh: 1
7. Cuttack: 84
8. Deogarh: 1
9. Dhenkanal: 2
10. Gajapati: 1
11. Ganjam: 5
12. Jagatsinghpur: 37
13. Jajpur: 30
14. Jharsuguda: 6
15. Kalahandi: 2
16. Kandhamal: 2
17. Kendrapada: 24
18. Keonjhar: 9
19. Khurda: 235
20. Koraput: 5
21. Malkangiri: 1— I & PR Department, Odisha (@IPR_Odisha) September 12, 2021
22. Mayurbhanj: 30
23. Nawarangpur: 1
24. Nayagarh: 6
25. Nuapada: 2
26. Puri: 17
27. Rayagada: 3
28. Sambalpur: 9
29. Sundargarh: 25
30. State Pool: 52New recoveries: 706
Cumulative tested: 18854295
Positive: 1016362
Recovered: 1001254
Active cases: 6957— I & PR Department, Odisha (@IPR_Odisha) September 12, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୭୦୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୬୩୬୨ ରହିଥିବା ବେଳେ ଏହି ରୋଗରୁ ୧୦୦୧୨୫୪ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୬୯୫୭ ଜଣ ଚିକିତ୍ସିତ ହେଉଛନ୍ତି ।