ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଘଟିଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ କରୋନା ନେଇଛି ୫ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୨୧୪ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବା ବେଳେ କଟକ, ଯାଜପୁର, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।