ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୦୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୩୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୬୯ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୭୪ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Cuttack: 63
6. Deogarh: 2
7. Jagatsinghpur: 18
8. Jajpur: 17
9. Kalahandi: 3
10. Kendrapada: 10
11. Khurda: 167
12. Koraput: 3
13. Malkangiri: 1
14. Mayurbhanj: 26
15. Nayagarh: 5
16. Puri: 19
17. Sambalpur: 11— I & PR Department, Odisha (@IPR_Odisha) October 4, 2021
18. Sundargarh: 2
19. State Pool: 39New recoveries: 606
Cumulative tested: 20236945
Positive: 1028366
Recovered: 1015018
Active cases: 5075— I & PR Department, Odisha (@IPR_Odisha) October 4, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୬୦୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୮୩୬୬ ରହିଥିବା ବେଳେ ୫୦୭୫ ଜଣ ଚିକିତ୍ସିତ ହେଉଛନ୍ତି ।