ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୪୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୫୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୮୯ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୫୯ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Balangir: 3
6. Boudh: 1
7. Cuttack: 48
8. Deogarh: 1
9. Dhenkanal: 4
10. Gajapati: 1
11. Ganjam: 1
12. Jagatsinghpur: 19
13. Jajpur: 12
14. Jharsuguda: 4
15. Kendrapada: 13
16. Keonjhar: 3
17. Khurda: 208
18. Koraput: 2
19. Malkangiri: 2
20. Mayurbhanj: 17
21. Nawarangpur: 1— I & PR Department, Odisha (@IPR_Odisha) October 11, 2021
22. Nayagarh: 4
23. Nuapada: 2
24. Puri: 12
25. Rayagada: 1
26. Sambalpur: 9
27. Sundargarh: 10
28. State Pool: 51New recoveries: 438
Cumulative tested: 20709152
Positive: 1032144
Recovered: 1018749
Active cases: 5087— I & PR Department, Odisha (@IPR_Odisha) October 11, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୪୩୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୨୧୪୪ ରହିଥିବା ବେଳେ ୫୦୮୭ ଜଣ ଚିକିତ୍ସିତ ହେଉଛନ୍ତି ।