ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୫୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୮୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୭୫ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Cuttack: 27
7. Ganjam: 1
8. Jagatsinghpur: 7
9. Jajpur: 11
10. Kalahandi: 1
11. Kendrapada: 10
12. Khurda: 243
13. Koraput: 4
14. Mayurbhanj: 20
15. Nayagarh: 4
16. Puri: 13
17. Rayagada: 2
18. Sambalpur: 6
19. Sundargarh: 11
20. State Pool: 58— I & PR Department, Odisha (@IPR_Odisha) October 17, 2021
New recoveries: 562
Cumulative tested: 21061157
Positive: 1035077
Recovered: 1021742
Active cases: 4997— I & PR Department, Odisha (@IPR_Odisha) October 17, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୬୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୦୭୭ ରହିଥିବା ବେଳେ ୪୯୯୭ ଜଣ ଚିକିତ୍ସିତ ହେଉଛନ୍ତି ।