ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୩୪୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୯୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୪୧ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୫୦ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Cuttack: 43
7. Deogarh: 1
8. Dhenkanal: 1
9. Ganjam: 4
10. Jagatsinghpur: 10
11. Jajpur: 9
12. Kendrapada: 15
13. Khurda: 149
14. Koraput: 3
15. Mayurbhanj: 14
16. Nawarangpur: 1
17. Nayagarh: 2
18. Puri: 7
19. Rayagada: 4
20. Sambalpur: 12
21. Sundargarh: 2
22. State Pool: 36— I & PR Department, Odisha (@IPR_Odisha) October 18, 2021
New recoveries: 508
Cumulative tested: 21118450
Positive: 1035417
Recovered: 1022250
Active cases: 4824— I & PR Department, Odisha (@IPR_Odisha) October 18, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୦୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୪୧୭ ରହିଥିବା ବେଳେ ୪୮୨୪ ଜଣ ଚିକିତ୍ସିତ ହେଉଛନ୍ତି ।