ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୦୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୧୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୮୨ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 2
7. Cuttack: 66
8. Deogarh: 2
9. Dhenkanal: 4
10. Ganjam: 1
11. Jagatsinghpur: 16
12. Jajpur: 10
13. Jharsuguda: 1
14. Kandhamal: 1
15. Kendrapada: 4
16. Khurda: 254
17. Koraput: 3
18. Mayurbhanj: 21
19. Nawarangpur: 1
20. Nayagarh: 5
21. Puri: 11
22. Rayagada: 1— I & PR Department, Odisha (@IPR_Odisha) October 21, 2021
23. Sambalpur: 12
24. Sundargarh: 19
25. State Pool: 61New recoveries: 451
Cumulative tested: 21314981
Positive: 1037056
Recovered: 1023849
Active cases: 4856— I & PR Department, Odisha (@IPR_Odisha) October 21, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୪୫୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୭୦୫୬ ରହିଥିବା ବେଳେ ୪୮୫୬ ଜଣ ଚିକିତ୍ସିତ ହେଉଛନ୍ତି ।