ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୭୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୯୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୮୬ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 5
7. Cuttack: 36
8. Dhenkanal: 4
9. Ganjam: 2
10. Jagatsinghpur: 13
11. Jajpur: 8
12. Jharsuguda: 2
13. Kendrapada: 9
14. Keonjhar: 2
15. Khurda: 243
16. Mayurbhanj: 10
17. Nawarangpur: 1
18. Nayagarh: 6
19. Puri: 5
20. Rayagada: 13
21. Sambalpur: 14
22. Sonepur: 1— I & PR Department, Odisha (@IPR_Odisha) October 22, 2021
23. Sundargarh: 8
24. State Pool: 57New recoveries: 573
Cumulative tested: 21381849
Positive: 1037523
Recovered: 1024422
Active cases: 4747— I & PR Department, Odisha (@IPR_Odisha) October 22, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୭୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୭୫୨୩ ରହିଥିବା ବେଳେ ୪୭୪୭ ଜଣ ଚିକିତ୍ସିତ ହେଉଛନ୍ତି ।