ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୫୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୮୧ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୬୪ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Deogarh: 8
8. Dhenkanal: 1
9. Ganjam: 2
10. Jagatsinghpur: 14
11. Jajpur: 8
12. Jharsuguda: 1
13. Kalahandi: 2
14. Kendrapada: 11
15. Khurda: 207
16. Mayurbhanj: 15
17. Nayagarh: 4
18. Nuapada: 9
19. Puri: 8
20. Rayagada: 2
21. Sambalpur: 17— I & PR Department, Odisha (@IPR_Odisha) October 26, 2021
22. Sonepur: 1
23. Sundargarh: 12
24. State Pool: 49New recoveries: 360
Cumulative tested: 21647068
Positive: 1039269
Recovered: 1026277
Active cases: 4623— I & PR Department, Odisha (@IPR_Odisha) October 26, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୩୬୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୯୨୬୯ ରହିଥିବା ବେଳେ ୪୬୨୩ ଜଣ ଚିକିତ୍ସିତ ହେଉଛନ୍ତି ।