ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୮୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୫ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Ganjam: 1
8. Jagatsinghpur: 3
9. Jajpur: 7
10. Jharsuguda: 3
11. Kendrapada: 4
12. Khurda: 76
13. Mayurbhanj: 12
14. Nayagarh: 1
15. Puri: 7
16. Sambalpur: 18
17. Sonepur: 4— I & PR Department, Odisha (@IPR_Odisha) November 15, 2021
18. Sundargarh: 1
19. State Pool: 18New recoveries: 205
Cumulative tested: 22896011
Positive: 1045656
Recovered: 1034505
Active cases: 2719— I & PR Department, Odisha (@IPR_Odisha) November 15, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୦୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୫୬୫୬ ରହିଥିବା ବେଳେ ୨୭୧୯ ଜଣ ଚିକିତ୍ସିତ ହେଉଛନ୍ତି ।