ଭୁବନେଶ୍ୱର(ଏଟିଆର ବ୍ୟୁରୋ): ବାଲିକୁଦାର ପୂର୍ବତନ ବିଧାୟକ ଉମେଶ ସ୍ୱାଇଁଙ୍କ ପରଲୋକ ଘଟିଛି । ଗତକାଲି ବିଳମ୍ବିତ ରାତିରେ ହୃଦଘାତରେ ସେ ତାଙ୍କର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ତାଙ୍କ ବିୟୋଗ ଖବର ପ୍ରକାଶ ପାଇବା ପରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି ।
ସେ ୪ ଥର ବାଲିକୁଦା ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ପ୍ରଥମେ ୧୯୭୭ରୁ ୧୯୮୦ , ୧୯୯୦ରୁ ୧୯୯୫, ୨୦୦୦ରୁ ୨୦୦୫ ଓ ୨୦୦୫ରୁ ୨୦୦୯ ପର୍ୟ୍ୟନ୍ତ ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ ।