ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୪୦ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୯୯ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୭ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Dhenkanal: 1
8. Ganjam: 4
9. Jagatsinghpur: 1
10. Jajpur: 7
11. Kandhamal: 1
12. Kendrapada: 4
13. Khurda: 123
14. Koraput: 1
15. Mayurbhanj: 13
16. Nayagarh: 1
17. Puri: 3
18. Sambalpur: 6
19. Sundargarh: 9
20. State Pool: 29— I & PR Department, Odisha (@IPR_Odisha) November 20, 2021
New recoveries: 354
Cumulative tested: 23177953
Positive: 1046798
Recovered: 1035967
Active cases: 2387— I & PR Department, Odisha (@IPR_Odisha) November 20, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୩୫୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୬୭୯୮ ରହିଥିବା ବେଳେ ୨୩୮୭ ଜଣ ଚିକିତ୍ସିତ ହେଉଛନ୍ତି ।