ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୦୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୮୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୪୫ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Ganjam: 1
8. Jagatsinghpur: 3
9. Jajpur: 6
10. Kalahandi: 3
11. Kendrapada: 2
12. Keonjhar: 2
13. Khurda: 107
14. Mayurbhanj: 5
15. Nayagarh: 4
16. Puri: 1
17. Rayagada: 1
18. Sonepur: 1
19. Sundargarh: 22
20. State Pool: 24— I & PR Department, Odisha (@IPR_Odisha) November 21, 2021
New recoveries: 263
Cumulative tested: 23228186
Positive: 1047003
Recovered: 1036230
Active cases: 2327— I & PR Department, Odisha (@IPR_Odisha) November 21, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୬୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୭୦୦୩ ରହିଥିବା ବେଳେ ୨୩୨୭ ଜଣ ଚିକିତ୍ସିତ ହେଉଛନ୍ତି ।