ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭୧ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୧ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Dhenkanal: 2
8. Gajapati: 3
9. Jagatsinghpur: 2
10. Jajpur: 7
11. Jharsuguda: 1
12. Kendrapada: 1
13. Khurda: 86
14. Koraput: 1
15. Mayurbhanj: 19
16. Puri: 5
17. Rayagada: 1
18. Sambalpur: 5
19. Sonepur: 1
20. Sundargarh: 7
21. State Pool: 19— I & PR Department, Odisha (@IPR_Odisha) December 11, 2021
New recoveries: 307
Cumulative tested: 24357781
Positive: 1051414
Recovered: 1040927
Active cases: 2001— I & PR Department, Odisha (@IPR_Odisha) December 11, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୩୦୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୪୧୪ ରହିଥିବା ବେଳେ ୨୦୦୧ ଜଣ ଚିକିତ୍ସିତ ହେଉଛନ୍ତି ।