ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୬ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Dhenkanal: 4
8. Gajapati: 3
9. Ganjam: 1
10. Jagatsinghpur: 1
11. Jajpur: 9
12. Kalahandi: 3
13. Kendrapada: 1
14. Khurda: 84
15. Mayurbhanj: 1
16. Puri: 1
17. Rayagada: 4
18. Sambalpur: 1
19. Sundargarh: 15
20. State Pool: 20— I & PR Department, Odisha (@IPR_Odisha) December 16, 2021
New recoveries: 108
Cumulative tested: 24648398
Positive: 1052318
Recovered: 1041836
Active cases: 1989— I & PR Department, Odisha (@IPR_Odisha) December 16, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୦୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୩୧୮ ରହିଥିବା ବେଳେ ୧୯୮୯ ଜଣ ଚିକିତ୍ସିତ ହେଉଛନ୍ତି ।