ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୯୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୮୧ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୪ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Jagatsinghpur: 4
7. Jajpur: 3
8. Jharsuguda: 4
9. Kendrapada: 3
10. Khurda: 107
11. Mayurbhanj: 3
12. Nayagarh: 1
13. Puri: 2
14. Rayagada: 1
15. Sambalpur: 8
16. Sonepur: 1
17. Sundargarh: 4
18. State Pool: 26— I & PR Department, Odisha (@IPR_Odisha) December 19, 2021
New recoveries: 219
Cumulative tested: 24829634
Positive: 1052834
Recovered: 1042443
Active cases: 1894— I & PR Department, Odisha (@IPR_Odisha) December 19, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୧୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୮୩୪ ରହିଥିବା ବେଳେ ୧୮୯୪ ଜଣ ଚିକିତ୍ସିତ ହେଉଛନ୍ତି ।