ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬୪ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୨ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Jagatsinghpur: 2
8. Jajpur: 4
9. Jharsuguda: 4
10. Kalahandi: 1
11. Kendrapada: 2
12. Khurda: 84
13. Mayurbhanj: 1
14. Puri: 1
15. Rayagada: 1
16. Sambalpur: 10
17. Sundargarh: 3
18. State Pool: 20— I & PR Department, Odisha (@IPR_Odisha) December 23, 2021
New recoveries: 174
Cumulative tested: 25053848
Positive: 1053504
Recovered: 1043219
Active cases: 1784— I & PR Department, Odisha (@IPR_Odisha) December 23, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୭୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୩୫୦୪ ରହିଥିବା ବେଳେ ୧୭୮୪ ଜଣ ଚିକିତ୍ସିତ ହେଉଛନ୍ତି ।