ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରୁ ପୁଣି ଆଉ ଜଣେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୯ ରେ ପହଁଚିଛି । ଏନେଇ ଆଇଏଲଏସ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି ।
ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ୟୁଏଇ ଫେରନ୍ତା ବୋଲି ସୂଚନା ରହିଛି । ପୂର୍ବରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ନାଇଜେରିଆରୁ ଫେରିଥିଲେ ।
ଆକ୍ରାନ୍ତ ଜଣଙ୍କ କେନ୍ଦୁଝର ଜିଲ୍ଲାର ତାଙ୍କ ସ୍ୱାସ୍ଥ୍ୟବସ୍ଥା ଏବେ ସ୍ଥିର ରହିଛି ।