ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୨୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୯୨ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୪ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Ganjam: 2
8. Jagatsinghpur: 5
9. Jajpur: 6
10. Jharsuguda: 5
11. Kendrapada: 3
12. Keonjhar: 1
13. Khurda: 98
14. Koraput: 2
15. Mayurbhanj: 8
16. Nayagarh: 3
17. Nuapada: 1
18. Puri: 6
19. Rayagada: 1
20. Sambalpur: 21
21. Sonepur: 1
22. Sundargarh: 7
23. State Pool: 21— I & PR Department, Odisha (@IPR_Odisha) December 29, 2021
New recoveries: 185
Cumulative tested: 25398946
Positive: 1054381
Recovered: 1044278
Active cases: 1593— I & PR Department, Odisha (@IPR_Odisha) December 29, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୮୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୪୩୮୧ ରହିଥିବା ବେଳେ ୧୫୯୩ ଜଣ ଚିକିତ୍ସିତ ହେଉଛନ୍ତି ।