ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରୁ ପୁଣି ଆଉ ୫ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୪ ରେ ପହଁଚିଛି । ଏନେଇ ଆଇଏଲଏସ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି ।
ପୂର୍ବରୁ ୯ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତ କେଉଁଠୁ ଫେରିଛନ୍ତି ଏବଂ ତାଙ୍କ ସ୍ୱାସ୍ଥ୍ୟବସ୍ଥା କିଭଳି ଅଛି ସେନେଇ କୌଣସି ସୂଚନା ମିଳିନାହିଁ ।