ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ତଳ ଉପର ହେଉଛିି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୯୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୭୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୨୨ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୩ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Ganjam: 2
8. Jagatsinghpur: 9
9. Jajpur: 7
10. Jharsuguda: 8
11. Kendrapada: 5
12. Keonjhar: 8
13. Khurda: 119
14. Mayurbhanj: 6
15. Nawarangpur: 1
16. Nayagarh: 3
17. Puri: 11
18. Rayagada: 2
19. Sambalpur: 13
20. Sonepur: 2
21. Sundargarh: 23
22. State Pool: 28— I & PR Department, Odisha (@IPR_Odisha) January 1, 2022
New recoveries: 209
Cumulative tested: 25584629
Positive: 1055132
Recovered: 1044803
Active cases: 1814— I & PR Department, Odisha (@IPR_Odisha) January 1, 2022
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୦୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୫୧୩୨ ରହିଥିବା ବେଳେ ୧୮୧୪ ଜଣ ଚିକିତ୍ସିତ ହେଉଛନ୍ତି ।