ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ବୃଦ୍ଧି ପାଉଛି । କିନ୍ତୁ ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ଘଟିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନା ନେଇଛି ଆଉ ୭ ଜଣଙ୍କର ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୫୦୧ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ ସମ୍ବଲପୁର ଏବଂ ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।