ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ଜାରି ରହିଛି । ସେହିପରି ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନା ନେଇଛି ଆଉ ୧୭ ଜଣଙ୍କର ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୬୨୯ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ପୁରୀ ଓ ଖେର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଜଗତସିଂହପୁର, ମାଲକାନଗିରି, ଯାଜପୁର, କେନ୍ଦ୍ରାପଡ଼ା, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।