ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ଜାରି ରହିଛି । ସେହିପରି ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନା ରେ ଯାଇଛି ଆଉ ୨୨ ମୁଣ୍ଡ । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୮୮୪ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୮ଜଣ ରହିଥିବା ବେଳେ ସୁନ୍ଦରଗଡ଼ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ ରହିଛନ୍ତି । ସେହିପରି ନବରଙ୍ଗପୁର, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।