ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଏବେ ହ୍ରାସ ପାଉଛି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୩୦,୭୫୭ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ଗତ ୨୪ ଘଣ୍ଟାରେ ୫୪୧ ଜଣଙ୍କର ମୃତ୍ୟୁ ହୋଇଛି ।
ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୬୭୫୩୮ ରୋଗୀ ସୁସ୍ଥ ହୋଇଛନ୍ତି । ଅନ୍ୟପଟେ ଏବେ ଦେଶରେ ୩୩୨୯୧୮ ସକ୍ରିୟ ମାମଲା ରହିଛି ।