ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି ହେଲେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନା ରେ ଆଉ ୯ ଜଣଙ୍କ ମୃତ୍ୟୁ ହୋଇଛି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୯୦୪୫ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ପୁରୀ ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ, କେନ୍ଦୁଝର, ଖୋର୍ଦ୍ଧା, ନୟାଗଡ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି ।