ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାତି ପାହିଲେ ପୌର ନିର୍ବାଚନ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି । ଏହାସହିତ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ହେବା ନେଇ ଘୋଷଣା କରାଯାଇଛି । ଆଜି ଏବଂ ଆସନ୍ତାକାଲି ବନ୍ଦ ରହିବ ସ୍କଲ ଓ କଲେଜ ବୋଲି ଖୋର୍ଦ୍ଧା ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।
ଗୁରୁବାର ସକାଳ ୮ଟାରୁ ଅପରାହ୍ନ ୫ଟା ଯାଏଁ ଭୋଟ ଗ୍ରହଣ କରାଯିବ । ରାଜ୍ୟର ୩୧୪ଟି ବ୍ଲକର ଉପାଧ୍ୟକ ପଦବୀ ପାଇଁ ନିର୍ବଚନ ହେବ । ଏନେଇ ଜିଲ୍ଲା ନିର୍ବାଚନ ଅଧିକାରୀମାନେ ବ୍ୟାପ ବ୍ୟବସ୍ଥା କରିଛନ୍ତି ।