ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଅସହ୍ୟ ଖରାରୁ ମିଳିବ ଆଶ୍ୱସ୍ତି । ପାଗରେ ଆସିବ ପରିବର୍ତ୍ତନ । ଆସନ୍ତାକାଲିଠୁ ରାଜ୍ୟରେ ରହିଛି ବର୍ଷା ସମ୍ଭାବନା । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆସନ୍ତାକାଲିଠୁ ଆସନ୍ତା ୧୭ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଏହା ସହିତ କିଛି ଜିଲ୍ଲାରେ ବର୍ଷା ସହ ଘଡଘଡି ହେବାର ମଧ୍ୟ ସମ୍ଭାବନା ରହିଛି । ଏନେଇ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଆସନ୍ତା ୧୪ ଓ ୧୫ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୫ ରୁ ୧୭ ତାରିଖ ଯାଏଁ ଆଭ୍ୟନ୍ତରୀଣ ଓ ଦକ୍ଷୀଣ ଓଡିଶାକୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି ।