ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଲୋପ ପାଉଥିବାର ଦେଖବାକୁ ମିଳୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଯାହା ରାଜ୍ୟ ପାଇଁ ଏକ ଅଶ୍ୱସ୍ତିକର ଖବର । କରୋନା ଚିହ୍ନଟ ହୋଇଥିବା ବ୍ୟକ୍ତି ଜଣଙ୍କ ସମ୍ବଲପୁରର ।
ସେହିପରି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅନ୍ୟପଟେ ଏପର୍ଯ୍ୟନ୍ତ ରାଜ୍ୟରେ ୧୨୮୭୯୮୦ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ୮୫ ଟି ସକ୍ରିୟ ମାମଲା ରହିଛି ।