ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୦୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୦୪ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 26th May
New Positive Cases: 9
Of which 0-18 years: 1
In quarantine: 5
Local contacts: 4(Details of local contacts will be shared by concerned District)
1. Balasore: 2
2. Cuttack: 1
3. Khurda: 3
4. Sundargarh: 3— I & PR Department, Odisha (@IPR_Odisha) May 27, 2022
New recoveries: 12
Cumulative tested: 31694930
Positive: 1288410
Recovered: 1279155
Active cases: 76— I & PR Department, Odisha (@IPR_Odisha) May 27, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୪୧୦ ରହିଥିବା ବେଳେ ୭୬ ଜଣ ଚିକିତ୍ସିତ ହେଉଛନ୍ତି ।