ଭୁବନେଶ୍ୱର (ଏଟିଆର ବ୍ୟୁରୋ): ସାରା ଓଡିଶାକୁ ଛୁଇଁଲା ମୌସୁମୀ ବାୟୁ । ପ୍ରଥମେ ୬ ଟି ଜିଲ୍ଲାକୁ ମୌସୁମୀ ବାୟୁ ଛୁଇଁଥିଲା କିନ୍ତୁ ଏବେ ଆଉ ବାକି ଜିଲ୍ଲାକୁ ପ୍ରବେଶ କରିଛି ମୌସୁମୀ ବାୟୁ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାର ପ୍ରଭାବରେ ଆସନ୍ତା ୫ ଦିନ ଯାଏଁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି ।
୨୧ ତାରିଖରେ ଉତ୍ତର ଉପକୂଳ ଓଡିଶା ସମେତ ରାଜ୍ୟର ଅନ୍ୟ ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ୨୨ ତାରିଖରେ ଆଭ୍ୟନ୍ତରୀଣ ଓଡିଶା ଓ ଉତ୍ତର ଓଡିଶାର ବିଭିନ୍ନ ସ୍ଥାନ ଏବଂ ୨୩, ୨୪ ଓ ୨୫ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶା ଏବଂ ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।