ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଖୋଲିଲା ହୀରାକୁଦ ଡ୍ୟାମର ଗେଟ୍ । ଦିନ ୧୧ ଟାରେ ଗେଟ୍ ଖୋଲାଯାଇଛି । ମୋଟ ୫ ଟି ଗେଟ୍ ଦେଇ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡାଯାଇଛି । ଏନେଇ ଡ୍ୟାମ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।
ବର୍ତ୍ତମାନ ସୁଦ୍ଧା ଜଳଭଣ୍ଡାରରେ ୬୧୩.୧୫ ଫୁଟ୍ ଜଳ ରହିଛି । ଉପର ମୁଣ୍ଡରେ ପ୍ରବଳ ବର୍ଷା ହେତୁ ଜଳସ୍ତର ବଢିବାରେ ଲାଗିଛି ।
ଗତକାଲି ଡ୍ୟାମ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସମ୍ବଲପୁର ସମେତ ତଳ ମୁଣ୍ଡର ୧୨ ଟି ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ସତର୍କ ସୂଚନା ଜାରି କରାଯାଇଥିଲା ।