ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷୀଣ ଓ ଆଭ୍ୟନ୍ତରୀଣ ଓଡିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଘଡଘଡି ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ବର୍ଷା ହେବାକୁ ଥିବା ଜିଲ୍ଲା ଗୁଡିକ ହେଉଛି ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡାଳ କୋରାପୁଟ, ମାଲକାନଗିରି, ଗଜପତି, କେନ୍ଦୁଝର, ଓ ମୟୂରଭଞ୍ଜ ।