ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରୁ ଗୋଟେ ଲଘୁଚାପ ନଯାଉଣୁ ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ବଙ୍ଗୋପସାଗର ଉପରେ ଆସନ୍ତା ୧୮ ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ସେପଟେ ଦକ୍ଷୀଣ ଛତିଶଗଡ ଉପରେ କେନ୍ଦ୍ରୀଭୂତ ଅବପାତ ପଶ୍ଚିମ ଉତ୍ତର ମୁହାଁ ହୋଇ ଗତି କରି ଦୁର୍ବଳ ହୋଇଛି । କିନ୍ତୁ ମୌସୁମୀ ସକ୍ରିୟ ଥିବାରୁ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଜାରି ରହିଛି । ଆଜି ଓ ଆସନ୍ତାକାଲି ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।