ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଆତଙ୍କ ଖେଳାଇଛି ଡେଙ୍ଗୁ । ଦିନକୁ ଦିନ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ମୁଖ୍ୟତଃ ଖୋର୍ଦ୍ଧା ଜିଲ୍ଲାରେ ଅଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହେଉଛନ୍ତି । ଖୋର୍ଦ୍ଧା ଜିଲ୍ଲାରେ ୨ ହଜାର ପାର୍ କରିଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ।
ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୧୩୯ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ ଭୁବନେଶ୍ୱରରୁ ୧୩୫ ଜଣ ଓ ଉପକଣ୍ଠରୁ ୪ ଜଣ ରହିଛନ୍ତି । ଭୁବନେଶ୍ୱରରେ ମୋଟ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୧୯୨୬ ରେ ପହଁଚିଛି ।