ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନିଭୂତ ହେଉଛି । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବଢିଛି ବାତ୍ୟା ସମ୍ଭାବନା । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ସ୍ପଷ୍ଟ କରିଛି । ଘୂର୍ଣ୍ଣିବଳୟ ଆଜି ସକାଳ ସାଢେ ଆଠଟା ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାଶ୍ୱର୍ବର୍ତ୍ତି ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି ।
ଏହାର ପ୍ରଭାବରେ ୪୮ ଘଣ୍ଟା ମଧ୍ୟରେ ଦକ୍ଷୀଣ-ପୂର୍ବ ପାଶ୍ୱର୍ବର୍ତ୍ତି ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଏହାପରବର୍ତ୍ତ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୨ ତାରିଖ ବେଳକୁ ଏହା କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ । ପରବର୍ତ୍ତି ସମୟରେ ଏହା ଆହୁରି ଅଧିକ ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି ।