ପୁରୀ (ଏଟିଆର ବ୍ୟୁରୋ): ଚାଲିଛି କାର୍ତ୍ତିକ ମାସ । ଆଜି କାର୍ତ୍ତିକ କୃଷ୍ଣ ନବମୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି ।
ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବକ । ଦ୍ୱିତୀୟ ଭୋଗ ମଣ୍ଡପ ନୀତି ବଢିବା ପରେ ବନକଲାଗି ନୀତି ଆରମ୍ଭ କରାଯିବ । ଏହା ମହାପ୍ରଭୁଙ୍କ ଗୁପ୍ତ ନୀତି । ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୫ଟାରୁ ରାତି ୧୦ଟା ଦୀର୍ଘ ୫ ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନ କରିପାରିବେନି ଭକ୍ତ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବନକଲାଗି ନୀତି ଶେଷ ହେବା ପରେ ଶ୍ରୀଜିଉଙ୍କ ମହାସ୍ନାନ କରାଯିବା ଏହାପରେ ପୁଣି ଦର୍ଶନ ଆରମ୍ଭ ହେବ ।