ପୁରୀ (ଏଟିଆର ବ୍ୟୁରୋ): ଆଜି ପୌଷ ମାସ କୃଷ୍ଣ ପକ୍ଷ ଷଷ୍ଠୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗ ମଣ୍ଡପ ନୀତି ବଢିବା ପରେ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବକ ।
ପାରମ୍ପରିକ ରଙ୍ଗ ତଥା ହିଙ୍ଗୁଳ, କସ୍ତୁରୀ, ହରିତାଳ, ନାଲି, ଧଳା ଓ କଳା ରଙ୍ଗରେ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଶ୍ରୀଜିଉଙ୍କର ଏକ ଗୁପ୍ତ ନୀତି । ଏନେଇ ଅପରାହ୍ନ ୫ଟାରୁ ରାତି ୯ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।