ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ସକ୍ରିୟ ହୋଇଛି ପୁଣି ଏକ ପଶ୍ଚିମାଝଡ । ଏହାର ପ୍ରଭାବରେ ଉତ୍ତର, ଉପକୂଳ ଏବଂ ଦକ୍ଷୀଣ ଓଡିଶାର କିଛି ଜିଲ୍ଲାରେ ଆସନ୍ତା ୭ ତାରିଖ ଯାଏଁ ବର୍ଷା ସହ ବିଜୁଳି ଘଡଘଡି ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଆସନ୍ତାକାଲି ଯାଏଁ ୧୩ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡିକ ହେଉଛି ଖୋର୍ଦ୍ଧା, କଟକ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର,ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର । ଏହି ଜିଲ୍ଲାମାନଙ୍କରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ ୪୦ ରୁ ୫୦ କିିମି ବେଗରେ ପବନ ବହିବ ଏବଂ କିଛି ସ୍ଥାନରେ କୁଆପଥର ବର୍ଷା ହେବ ।