ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ । ଏହାକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ର ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଶୁକ୍ରବାରଠୁ ରାଜ୍ୟରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସମସ୍ତ ସ୍କୁଲ ଛୁଟି ।
ଗ୍ରୀଷ୍ମ ପ୍ରବାହ ପାଇଁ ଦୁଇ ଦିନ ସ୍କୁଲ ଛୁଟି ଥିଲା କିନ୍ତୁ ଶୁକ୍ରବାର ସ୍କୁଲ ଖୋଲିବାର ଥିଲା । ମାତ୍ର ଗ୍ରୀଷ୍ମ ପ୍ରବାହ ବୃଦ୍ଧି ହେବା ଯୋଗୁଁ ଏବେ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି ।