ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକରେ । ଏହି ବୈଠକରେ ଓଡିଶାର ଦାବି ଦୋହରାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ପ୍ରସଙ୍ଗ ଉଠାଇବ ଓଡିଶା ।
ପୂର୍ବରୁ ଆୟୋଜିତ ହୋଇଥିବା ନୀତି ଆୟୋଗ ବୈଠକରେ ଏହି ପ୍ରସଙ୍ଗ ନେଇ ରାଜ୍ୟ ସରକାର ଦାବି କରି ଆସିଛନ୍ତି । ଏଥର ମଧ୍ୟ ଏହି ପ୍ରସଙ୍ଗ ଉପସ୍ଥାପନା କରିବେ ରାଜ୍ୟ ସରକାର । ଏହାସହିତ ଅନ୍ୟ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା କରିବେ ।