ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଚଳିତବର୍ଷ ରାଜ୍ୟରେ ପୁଣି ଡେଙ୍ଗୁ ଆତଙ୍କ ଦେଖିବାକୁ ମିଳିଛି । ଧୀରେ ଧୀରେ ଡେଙ୍ଗୁ ଆକ୍ରାନ୍ତ ବଢି ଚାଲିଛି । ଏଯାଏଁ ରାଜ୍ୟରେ ମୋଟ ୨୦୪ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇସାରିଲେଣି ।
ରାଜ୍ୟର ୧୭ ଜିଲ୍ଲାରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସର୍ବାଧିକ ରୋଗୀ ଚିହ୍ନଟ ହୋଇଛନ୍ତି ଖୋର୍ଦ୍ଧା ଜିଲ୍ଲାରେ । ଏହି ଜିଲ୍ଲାରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୧୦୯ ରେ ପହଁଚିଥିବା ବେଳେ ଭୁବନେଶ୍ୱରରେ ୧୦୦ ଟପିଛି । ଏନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି ।