ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଉପାନ୍ତରୁ ଉପକୂଳ ସବୁଠି ହେଉଛି ବର୍ଷା । ସେପଟେ ଆସନ୍ତା ୯ ତାରିଖରେ ଆଉ ଏକ ଘର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି । ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ସେହିପରି ମୌସୁମୀ ନିମ୍ନଚାପରେଖା ଏବେ ଉତ୍ତର ଓଡିଶା ବାଲେଶ୍ୱର ଦେଇ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି । ଏହାର ପ୍ରଭାବରେ ଆସନ୍ତା ୪ଦିନ ଯାଏଁ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କତା ଜାରି କରିଛି ।
ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ବରଗଡ, ଝାରସୁଗୁଡା, ସମ୍ବଲପୁର, ବଲାଙ୍ଗୀର, ନୂଆପଡା, ସୁନ୍ଦରଗଡ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ, ଅନୁଗୁଳ, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଜପତି, ରାୟଗଡା, ନବରଙ୍ଗପୁର, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।